ପୁଣି ଏକ ଲଘୁଚାପ ଆଶଙ୍କା, ୨୬ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

 

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ଏବେ   ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତା ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାନିପାଗ ବିଭାଗ । ୨୪ ତାରିଖରେ ଉତ୍ତର ଓଡି଼ଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ସେପଟେ ଆଜିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଆସନ୍ତା ୩ ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି । ସେପଟେ ଆଜି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Share this post

Previous Post Next Post