ଏକ ଯାତ୍ରୀ ବାହୀ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଯାଜପୁର ଜିଲ୍ଲା ଜାରକାରେ ବିଳମ୍ବିତ ରାତିରେ ଟ୍ରକକୁ ପଛପଟୁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।
ମିଳିଥିବା ସୂଚନା ମୁତାବକ, ରାଜା ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଉଦଳାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା । ଯାଜପୁର ଜିଲ୍ଲା ଜାରକା ଛକ ପଣ୍ଡା ଢ଼ାବା ନିକଟରେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା । ରାତି ପ୍ରାୟ ସାଢେ଼ ୩ଟାରେ ଢାବା ନିକଟରେ ବସଟି ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ଜଣକ ବସର ହେଲପର ବୋଲି ଜଣାପଡ଼ିଛି । ଏହା ସହିତ ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବାବେଳେ ୩ଜଣଙ୍କ ଅବସ୍ଥା ଗୁରୁତର ଅଛି । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଁଚି ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ମେଡ଼ିକାଲରେ ଭର୍ତ୍ତି କରିଛନ୍ତି । ତିନି ଜଣ ଗୁରୁତରଙ୍କ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
Social Footer