ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’ । ଓଡ଼ିଶା ଉପକୂଳକୁ ହିଟ୍ କରିବ ବାତ୍ୟା 'ଦାନା'। ଭିତରକନିକା-ଧାମରା ମଧ୍ୟରେ ସାଇକ୍ଲୋନ୍ ଲ୍ୟାଣ୍ଡଫଲ୍ କରିପାରେ । ଲ୍ୟାଣ୍ଡଫଲ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ଦେଇଛନ୍ତି । ଏହାର ପ୍ରଭାବରେ ଆଜି ସନ୍ଧ୍ୟାରୁ ରାଜ୍ୟରେ ପାଗ ବଦଳିବ। ଆଜି ଉପକୂଳ ଓଡ଼ିଶାରେ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି । ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନର ବେଗ ବଢ଼ିବ। ବାତ୍ୟା ଦାନା ପାଇଁ ରାଜ୍ୟର ଚାରି ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱରକୁ ରେଡ ଆର୍ଲଟ ଜାରି କରିଛି ପାଣିପାଗ ବିଭାଗ ।
ବାତ୍ୟା ଦାନା ଉପକୂଳ ଅତିକ୍ରମ କରିବା ସମୟରେ ଏହି ସବୁ ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ ରୁ ୧୨୦ କିଲୋମିଟର ରହିପାରେ । ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ , ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୪ ନମ୍ବର ବିପଦ ସଙ୍କେତ ଜାରି ହୋଇଛି।
Social Footer