Breaking News

ଉପକୂଳ ମୁହାଁ ଭୀଷଣ ବାତ୍ୟା 'ଦାନା', ଆଜି ରାତିରେ ସ୍ଥଳଭାଗ ଛୁଇଁ ରଚିବ ତାଣ୍ଡବ ଲୀଳା

 

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି । ‘ଦାନା’ର ପ୍ରଭାବରେ ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି । ବର୍ତ୍ତମାନ ଏହା ପାରାଦୀପଠାରୁ ୨୮୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୩୧୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି । ଘଣ୍ଟା‌ପ୍ରତି ୧୫ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଦାନା । ବାତ୍ୟା କେଉଁଠି ମାଡ଼ ହେବ ସେନେଇ ଭା‌ରତୀୟ ପାଣିପାଗ ବିଭାଗ ଚିତ୍ର ସ୍ପଷ୍ଟ କରିଛି । କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଭୀଷଣ ବାତ୍ୟା ରୂପରେ ‘ଦାନା’ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ । 

ଆଜି ମଧ୍ୟରାତ୍ରିରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହେବ, ଯାହା ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ଜାରି ରହିବ । ସେତେବଳକୁ ତାହା ଭୀଷଣ ରୂପ ନେଇଥିବ ଓ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ଥିବ । ପୁରା ଲ୍ୟାଣ୍ଡଫଲ ପ୍ରକ୍ରିୟା ପାଖାପାଖି ୫ ଘଣ୍ଟା ଧରି ଚାଲିବ । IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକରେ ରହିବ ସାଇକ୍ଲୋନର ଅଧିକ ପ୍ରଭାବ। ଏସବୁ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହ ପବନ ବହିବ । ସେମିତି ପାର୍ଶ୍ୱବର୍ତ୍ତୀ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ମୟୂରଭଂଜ, କେନ୍ଦୁଝର ଓ ଢେଙ୍କାନାଳରେ ବି ପ୍ରବଳ ବର୍ଷିବ। ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Type and hit Enter to search

Close