Breaking News

୭୮ ବର୍ଷ ବୟସରେ ପଦାର୍ପଣ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ବିଭିନ୍ନ ମହଲରୁ ଶୁଭେଚ୍ଛା

 

ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ୭୮ବର୍ଷରେ ପାଦ ଦେଇଛନ୍ତି। ୧୯୪୬ ମସିହା ଅକ୍ଟୋବର ୧୬ରେ ଜନ୍ମଗ୍ରହଣ କରିଥିଲେ ନବୀନ। କଟକ ଆନନ୍ଦ ଭବନରେ ପିତା ବିଜୟାନନ୍ଦ ପଟ୍ଟନାୟକ (ବିଜୁବାବୁ) ଓ ମା ଜ୍ଞାନ ପଟ୍ଟନାୟକଙ୍କ କୋଳ ମଣ୍ଡନ କରିଥିଲେ । ଏହି ଅବସରରେ ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ। ଆଜି ତାଙ୍କ ଜନ୍ମଦିନକୁ ସଂକଳ୍ପ ଦିବସ ଭାବେ ପାଳନ କରୁଛି ବିଜେଡି। ଏଥିପାଇଁ ସାରା ରାଜ୍ୟରେ ରକ୍ତଦାନ ଶିବିର ଆୟୋଜନ କରାଯାଇଛି। ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତମାନେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ କରି ସାଢେ ଚାରିକୋଟି ଓଡ଼ିଆଙ୍କ ପ୍ରିୟ ନେତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। 

ନବୀନ ଦେଶ ବିଦେଶର ସୁନାମଧନ୍ୟ ଶିକ୍ଷାନୁଷ୍ଠାନରେ ପାଠ ପଢି ବିଜୁ ବାବୁଙ୍କ ଦେହାନ୍ତ ପରେ ଓଡ଼ିଶା ଆସି ଜନତା ଦଳର ନେତୃତ୍ୱ ନେଇ ରାଜନୀତିରେ ପାଦ ଥାପିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଛନ୍ତି | ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ଧର୍ମେନ୍ଦ୍ର। ବିଧାନସଭାର ବାଚସ୍ପତି ସୁରମା ପାଢୀ ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇ ଏକ୍ସରେ ପୋଷ୍ଟ କରିଛନ୍ତି।

Type and hit Enter to search

Close