ଓଡ଼ିଶାକୁ ବାତ୍ୟା ଭୟ, ଆସନ୍ତାକାଲି ଆଣ୍ତାମାନ ସାଗରରେ ସୃଷ୍ଟି ହେବେ ଘୂର୍ଣ୍ଣିବଳୟ !

 

ଆସନ୍ତାକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହା ଅତି ଭୀଷଣ ବାତ୍ୟା ରୂପ ନେଇପାରେ। ପବନର ବେଗ ୧୫୦କିମି ଡେଇଁପାରେ। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ଆନ୍ତର୍ଜାତିକ ପାଣିପାଗ ମଡେଲର ଆକଳନ ଅନୁସାରେ ଆସନ୍ତା ୨୫ ଏବଂ ୨୬ ତାରିଖରେ ପୁଣି ଏକ ବାତ୍ୟା ଓଡିଶା ମୁହାଁ ହେଉଛି। 

ଏହା ଓଡ଼ିଶା, ପଶ୍ଚିମବଙ୍ଗ, ବାଂଲାଦେଶରେ ସ୍ଥଳଭାଗ ଛୁଇଁପାରେ। ଘୂର୍ଣ୍ଣିବଳୟ ସୃଷ୍ଟି ପରେ ବାତ୍ୟାର ଗତିପଥ ଏବଂ ତୀବ୍ରତା ସ୍ପଷ୍ଟ ହେବ । ତେବେ ବର୍ତ୍ତମାନ ସୁଦ୍ଧା ଆଇଏମଡି ବାତ୍ୟା ନେଇ କୌଣସି ଆକଳନ କରିନି। ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାକି ପରବର୍ତ୍ତୀ ପର୍ଯ୍ୟାୟରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଆହୁରି ଅଧିକ ଘନୀଭୂତ ହେବା ନେଇ ପାଗ ଅନୁକୂଳ ରହିଛି । ଯାହାର ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ ।

Share this post

Previous Post Next Post