ଆରମ୍ଭ ହୋଇଛି କାର୍ତ୍ତିକ ନୀତି, ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ


ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି। ଶ୍ରୀହସ୍ତରେ ସୁବର୍ଣ୍ଣ ନୀଳଭୂଜ ଲାଗି ହୋଇଥାଏ। ବାଉଁଶ ପାତିଆ ଓ କନାର ନିର୍ମିତ ଚୂଳ ତ୍ରିମୁଣ୍ଡି ଶ୍ରୀମସ୍ତକରେ ଉପରେ ରହିଥାଏ। ଚୂଳର ଅଗ୍ର ଭାଗରେ ଚନ୍ଦ୍ରିକା ଶୋଭା ପାଇଥାଏ। କର୍ଣ୍ଣ ଦେଶରେ କୁଣ୍ଡଳ, କଟିତଟରେ ଓଡିଆଣୀ,ମସ୍ତକରେ ତଡଗୀ, ଚନ୍ଦ୍ର, ସୂର୍ଯ୍ୟ ଓ ଚିତା ଇତ୍ୟାଦି ସ୍ୱର୍ଣ୍ଣ ଅଳଙ୍କାରରେ ଭୂଷିତ ହୋଇଥାନ୍ତି। ଏତଦ୍ ବ୍ୟତୀତ ଶ୍ରୀବିଗ୍ରହମାନେ ବିଭିନ୍ନ ପୁଷ୍କ ଅଳଙ୍କାର, ବାରଳାଗି ପାଟ ଶାଢ଼ି, ଫୁଟା, ଶିରକପଡ଼ା, ପହରଣ, ବଳା, ଅଧର ଓ ଉତ୍ତରୀୟ ବସ୍ତ୍ରରେ ସଜ୍ଜିତ ହୋଇଥାଏ।

Share this post

Previous Post Next Post