Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ‘ବାତ୍ୟା’; କାଲି ସ୍ଥଳଭାଗ ଛୁଇଁବ

 

ସୃଷ୍ଟି ହେଲା ବାତ୍ୟା! ବାତ୍ୟାର ରୂପ ନେଲା ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ । ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ ।ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି । ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ। ବାତ୍ୟା ନେଇ IMD ପକ୍ଷରୁ ଜାରି ହୋଇନି ବୁଲେଟିନ୍‌। କାଲି ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ।  ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ ।  

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଗଭୀର ଅବପାତଟି ଆଜି ସକାଳେ ବାତ୍ୟାରେ ପରିଣତ ହୋଇଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି। ବାତ୍ୟାଟି ପାରାଦୀପଠୁ ୫୬୦ ଓ ସାଗରଦ୍ୱୀପରୁ ୬୩୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି।  ଆସନ୍ତାକାଲି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ। ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି।

Type and hit Enter to search

Close