Breaking News

ଡମ୍ଫର ଓ ଆମ୍ବୁଲାନ୍ସର ଧକ୍କା: ରୋଗୀ ମୃତ, ୩ ଗୁରୁତର

 

ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ l ଜଣେ ମୃତ, ୩ ଗୁରୁତର । NH-୧୬ ଚଣ୍ଡିଖୋଲ ରେଲୱେ ଓଭରବ୍ରିଜରେ ବଡ ଧରଣର ଦୁର୍ଘଟଣା । ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସଟି ରୋଗୀ ନେଇ କୋଲକାତାରୁ ଆସୁଥିବା ବେଳେ ଘଟିଛି ଏହି ଦୁର୍ଘଟଣା l ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଥିଲେ l ସମସ୍ତ ଗୁରୁତର ବଡ଼ଚଣା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା l ପରେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି l

ସୂଚନା ଅନୁସାରେ, ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସ ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ପର ସହ ଧକ୍କା ହୋଇଥିଲା। ଫଳରେ ଆମ୍ବୁଲାନ୍ସ ଥିବା ଜଣେ ରୋଗୀଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସମ୍ପର୍କୀୟ ୩ ଜଣ ଗୁରୁତର ଆହତ ହୋଇଥିଲେ। ଘଟଣାସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଗୁରୁତରଙ୍କୁ ମେଡିକାଲରେ ଭର୍ତି କରିଛି। ତେବେ ଡ୍ରାଇଭରର ଆଖି ଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଚଳାଇଛି ।

Type and hit Enter to search

Close