Breaking News

ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଅଧିକ ଯାତ୍ରୀ ଆହତ

 

ରବିବାର ବିଳମ୍ବିତ ରାତିରେ ଖୋର୍ଦ୍ଧାରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଫଳରେ ଦୁର୍ଘଟଣା ଘଟି ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପୋଲିସ ଘଟଣାର ତଦନ୍ତ କରୁଛି।

ସୂଚନା ଅନୁସାରେ, ବିଳମ୍ବିତ ରାତିରେ ବରଗଡ଼ରୁ ଭୁବନେଶ୍ବର ଆସୁଥିବା 'ଚକାଡ଼ୋଳା' ନାମକ ଯାତ୍ରୀବାହୀ ବସ୍ ବାଘମାରୀ-ବେଗୁନିଆ ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଥିଲା । ଏହି ଦୁର୍ଘଟଣାରେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ କିଛି ଯାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି। ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି। କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାହାର କାରଣ ଅସ୍ପଷ୍ଟ ରହିଛି।

Type and hit Enter to search

Close