ଖଇରା ଅଞ୍ଚଳରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଅବକାରୀ ବିଭାଗ ଗାଡ଼ି। ଏହି ଦୁର୍ଘଟଣାରେ ଜଣେ ଏଏସ୍ଆଇ ଓ ଜଣେ କନଷ୍ଟେବଲ୍ ଏବଂ ଗାଡ଼ି ଡ୍ରାଇଭର ଆହତ ହୋଇଛନ୍ତି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ବାଲେଶ୍ଵର ଜିଲ୍ଲା ଖଇରା ଅଞ୍ଚଳରେ ଏଏସଆଇ ଓ କନଷ୍ଟେବଳ ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରି ଆସୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। କୌଣସି କାରଣରୁ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା। ସ୍ଥାନୀୟ ଲୋକ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଏଏସ୍ଆଇ ଓ ଜଣେ କନଷ୍ଟେବଲ ଏବଂ ଗାଡ଼ି ଡ୍ରାଇଭରଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ଖଵର ପାଇ ଅବକାରୀ ଥାନାର ଭାରପ୍ରାପ୍ତ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଘଟଣାର ତଦନ୍ତ ଜାରି କରିଛନ୍ତି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି।
Social Footer