Breaking News

ଭଞ୍ଜନଗରରେ ଉପ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

 

• ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ସମୁଦାୟ ୭୪ଟି ଅଭିଯୋଗ ପତ୍ର ଗ୍ରହଣ 

ଭଞ୍ଜନଗର, ୧୬/୧୨ (ଅଭିଜିତ କର): ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ନିମନ୍ତେ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଭଞ୍ଜନଗର ଉପ ଜିଲ୍ଲାପାଳ ଅନିଲ କୁମାର ସେଠୀ ପ୍ରମୁଖ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣିରେ ସମୁଦାୟ ୭୪ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୬୪ଟି ଥିବାବେଳେ, ଗ୍ରାମୀୟ ଅଭିଯୋଗ ୧୦ଟି ଥିଲା, ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ ୪ଟି ଅଭିଯାଗର ଫଇସଲା କରିଥିଲେ । ତେବେ ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। 

ଏହି ଅଭିଯୋଗ ଶୁଣାଣି ସମୟରେ ଭଞ୍ଜନଗର ଏସଡିପିଓ ସୁଜିତ କୁମାର ନାୟକ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ପୂର୍ତ୍ତ ବିଭାଗ ଏସଡିଓ  ଭଞ୍ଜନଗର ପ୍ରତାପ ନାୟକ, ଗୋଷ୍ଠି ଶିକ୍ଷା ଅଧିକାରୀ ଭଞ୍ଜନଗର ଏସ ଧନଞ୍ଜୟ, ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ ମାହାର, ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ମୁରଲୀ କୃଷ୍ଣ ପଣ୍ଡା, ଭଂଜନଗର ସହାୟକ ଜିଲ୍ଲାପାଳ ରାମଚନ୍ଦ୍ର ମହାପାତ୍ର, ଭଞ୍ଜନଗର ଥାନା ଅଧିକାରୀ କୁମାର ମୁଦୁଲି, ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି, ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର, ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀ ମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Type and hit Enter to search

Close