ଆଜିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି, ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

 

ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ । ପ୍ରଥମେ ଭିତର ଓ ପରେ ହେବ ବାହାର ଭଣ୍ଡାର ମରାମତି କାମ କରାଯିବ । ପ୍ରଥମେ ଭାରା ବନ୍ଧା ହୋଇ ସଂପୂର୍ଣ୍ଣ କାନ୍ଥର ପ୍ଲାଷ୍ଟର ଛଡ଼ାଯିବ । ଶ୍ରୀଜୀଉଙ୍କ ଭୋଗ ମଣ୍ଡପ ନୀତି ସରିବା ପରେ ଦିନ ପ୍ରାୟ ୧୨ଟା ୩୦ରେ ମନ୍ଦିର ପ୍ରଶାସନ ପକ୍ଷରୁ ରତ୍ନଭଣ୍ଡାର ଦୁଆର ଚାବି ଖୋଲାଯିବ । ଏଏସ୍‌ଆଇ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଏବଂ ତଦାରଖ କମିଟି କର୍ମକର୍ତ୍ତା ଭିତରେ ପ୍ରବେଶ କରିବେ।

ପ୍ରଥମେ ଭିତର ଓ ପରେ ହେବ ବାହାର ଭଣ୍ଡାର ମରାମତି କାମ କରାଯିବ । ସେଥିପାଇଁ ଭିତର ଓ ବାହାର ରତ୍ନଭଣ୍ଡାରରେ ଭାରା ବନ୍ଧାଯାଇ ରତ୍ନଭଣ୍ଡାର କାନ୍ଥ, ଛାତ ଏବଂ ଚଟାଣରୁ ପଲସ୍ତରା ଛଡ଼ାଯିବ । ନୂତନ ପଲସ୍ତରା କରାଯିବା ସହ ପୁରୁଣା ଦୁଆର ବନ୍ଧ ଏବଂ କବାଟ ବଦଳା ଯିବ। 

ତେବେ ତିନିମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି ଶେଷ କରିବାକୁ ସ୍ଥିର କରାଯାଇଛି। ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ କରିବ ମରାମତି । ଦିନ ୧ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ମରାମତି ପାଇଁ ସ୍ଥିର ହୋଇଛି।

ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ । ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ । ମିଳିଥିବା ସୂଚନା ଅନୁସାରେ ଏହି ସମୟରେ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ସେଥିପାଇଁ ଜଗମୋହନରେ ସ୍ବତନ୍ତ୍ର ଭାବେ ବ୍ୟାରିକେଡ ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ ନୀତିକାନ୍ତି ଥିବା ଦିନଗୁଡ଼ିକରେ ମରାମତି କାର୍ଯ୍ୟ ବନ୍ଦ ରହିବ।

Share this post with your friends

Prev Post Next Post