ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କଲେ ଯୋଗୀ ଆଦିତ୍ୟନାଥ
ପାଖେଇ ଆସୁଛି ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ କୁମ୍ଭ ମେଳା। ପ୍ରତି ୧୨ ବର୍ଷରେ ଅନୁଷ୍ଠିତ ହୁଏ ଏହି କୁମ୍ଭ ମେଳା । ଆଉ ଏଥିପାଇଁ ପ୍ରୟାଗରାଜରେ ଖୁବ ଜୋରସୋରରେ ପ୍ରସ୍ତୁତି ଚାଲିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିମନ୍ତ୍ରଣ ପଠାଇଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ମୁଖ୍ୟମନ୍ତ୍ରୀଙ୍କ ବାସ ଭବନକୁ ଯାଇ ଏହି ନିମନ୍ତ୍ରଣ ପତ୍ର ଦେଇଛନ୍ତି ।
ମହାକୁମ୍ଭ-୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ଏହି ମନ୍ତ୍ରୀ ଦୁଇ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଗଙ୍ଗା ଜଳରେ ପରିପୂର୍ଣ୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମଧ୍ୟ ପ୍ରଦାନ କରିଥିଲେ। ଏହି ନିମନ୍ତ୍ରଣ ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।