ସୁନା ବେଶରେ ଝଟକିବେ ମହାପ୍ରଭୁ, ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଦେବାଭିଷେକ ନୀତି


ଆଜି ହେଉଛି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀ ମନ୍ଦିରରେ କୋଟି ଓଡ଼ିଆଙ୍କ ମଉଡମଣୀ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ମହାପ୍ରଭୁଙ୍କର ଏହି ବେଶକୁ ରତ୍ନ ସିଂହାସନ ଉପରେ ଦେଖିବା ପାଇଁ  ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ମନ୍ଦିରରେ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ। ବର୍ଷକ ମଧ୍ୟରେ ମହାପ୍ରଭୁ ୫ଥର ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଗୋଟେ ଥର ମହାପ୍ରଭୁ ରଥ ଉପରେ ସୁନାବେଶ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି।

Share this post

Previous Post Next Post