ଜାନୁଆରୀ ୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

 

ଆସନ୍ତା ୨୮ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ଜନତା ମୈଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ଆସନ୍ତା ଜାନୁଆରୀ ୨୮ ଓ ୨୯ ତାରିଖରେ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ କାର୍ଯ୍ୟକ୍ରମ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ଆସନ୍ତା ୨୮ ତାରିଖରେ ପୂର୍ବାହ୍ନ ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ, କାରକେଡ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜନତା ମଇଦାନ ଅଭିମୁଖେ ଯାତ୍ରା କରିବ । ସେଠାରେ ପ୍ରଧାନମନ୍ତ୍ରୀ ଓଡ଼ିଶା - ମେକ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । କାର୍ଯ୍ୟକ୍ରମ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡ ଡେରାଡୁନକୁ ଯିବାର କାର୍ଯ୍ୟକ୍ରମ ରହିଛି । ଚଳିତ ମାସରେ ପ୍ରଧାନମନ୍ତ୍ରୀ ଦ୍ୱିତୀୟ ଥର ଓଡିଶା ଗସ୍ତ କରିବେ। ପ୍ରବାସୀ ଭାରତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଓଡିଶା ଆସିଥିଲେ । ପୁଣି ଆସନ୍ତା ୨୮ ତାରିଖରେ ଓଡିଶା ଆସିବେ।

Share this post

Previous Post Next Post