ପୁଣି ପୁରୀ ବାଇପାସ ରାସ୍ତାରେ ଗଲା ଜୀବନ । ବାକକୁ ଧକ୍କା ଦେଲା କାର ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର ଟଙ୍କପାଣି ସାଇମନ୍ଦିର ନିକଟରେ ଘଟିଛି ଏହି ଭୟଙ୍କର ସଡ଼କ ଦୁର୍ଘଟଣା । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।
ମିଳିଥିବା ଖବର ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ତିନି ଜଣ ଯୁବକ ଏକ ବାକରେ ଯାଉଥିଲେ । ହେଲେ ପୁରୀ ବାଇପାସ ସାଇମନ୍ଦିର ନିକଟରେ ବାଇକକୁ ଧକ୍କା ଦେଇଥିଲା କାର୍ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ । କାର୍ ମାଲିକଙ୍କୁ ଅଟକ ରଖିଛି ପୋଲିସ । କାରଟି ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା । ପୋଲିସର ପ୍ରାଥମିକ ତଦନ୍ତ ରିପୋର୍ଟ ପରେ ଅନେକ କଥା ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।
Social Footer