Breaking News

ଆଜି ବନକଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

 

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି । ସେଥିପାଇଁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥାଏ । 

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ପ୍ରାକୃତିକ ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିଥାଏ । ଏହି ନୀତି ପରେ ମହାପ୍ରଭୁଙ୍କ ଶ୍ରୀମୁଖ ମଣ୍ଡଳ ଅତ୍ୟନ୍ତ ମନଲୋଭା ଓ ଆକର୍ଷଣୀୟ ହୋଇଥାଏ ।

Type and hit Enter to search

Close