Breaking News

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ, ମାର୍ଚ୍ଚ ୨୭ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

 

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ।  ମାର୍ଚ୍ଚ ୨୭ ତାରିଖ ପର‌୍ୟ୍ୟନ୍ତ ଚାଲିବ ପରୀକ୍ଷା । ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ।ପ୍ରଥମ ଦିନରେ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କର ଏମ୍‌ଆଇଏଲ୍ ପରୀକ୍ଷା ଅଛି। କାଲିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ । ୨୦ ତାରିଖରୁ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ ।  ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଅଛନ୍ତି ।

Type and hit Enter to search

Close