Breaking News

ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ

 

ଦିନ ୧୧ଟାରୁ ୩ଟା କାମ କରାଇବା ମନା । ଶ୍ରମିକଙ୍କୁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରାଇଲେ ମିଳିବ ଦଣ୍ଡ । ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ବ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି । ଆଗକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବା ନେଇ ଆଶଙ୍କା ଥିବାରୁ ଏପରି ନିର୍ଦ୍ଦେଶ ଜାରି କରିଛି ବିଭାଗ ।

ଯଦି କୌଣସି କାର୍ଯ୍ୟ ଜରୁରୀ ମନେ ହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ ତେବେ ସତର୍କମୂଳକ ପଦକ୍ଷେପ ନେବେ। ଯଥା ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାୟା ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓଆର୍‌ଏସ୍‌ ପ୍ୟାକେଟ୍‌ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏଥିସହ ଜିଲ୍ଲାର ଚିକିତ୍ସାଧିକାରୀ (ଏସିଡିଏମଓ), ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର (ପିଏଚସି), କମ୍ୟୁନିଟି ହେଲଥ ସେଣ୍ଟର (ସିଏଚସି) ଚିକିତ୍ସାଳୟ ଗୁଡିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟର ଚିକିତ୍ସାଧିକାରୀଙ୍କୁ ପ୍ରଚଣ୍ଡ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରାଯାଉଛି ।

Type and hit Enter to search

Close