ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ଅପରାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ତେବେ ଆଜିର ବୈଠକରେ କେଉଁ ସବୁ ନିଷ୍ପତ୍ତି ନିଆଯିବ । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ହେଲେ ମିଳିଥିବା ଖବର ଅନୁସାରେ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ କ୍ୟାବିନେଟ୍ର ମୋହର ।
ସୂଚନା ଅନୁସାରେ ଜାନୁୟାରୀ ୨୨ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ 10 ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ଶକ୍ତି, ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଅର୍ଥ, କୃଷି ଏବଂ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗର ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଥିଲା ।
ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ତେଣୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ସମେତ ବିଧାନସଭାରେ ଆଗତ ହେବାକୁ ଥିବା ବିଭିନ୍ନ ବିଲକୁ କ୍ୟାବିନେଟରେ ଉପସ୍ଥାପନ କରାଯାଇପାରେ । କ୍ୟାବିନେଟ ବୈଠକ ସରିଲା ପରେ ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି ।
Social Footer