ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ । ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇ ଥିଲା । ଏହି ଦିନ ବ୍ୟତୀତ ଅନ୍ୟ ଦିନ ମାନଙ୍କରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିଛି ।
ଶ୍ରୀ ମନ୍ଦିରରେ ବିଭିନ୍ନ ପର୍ବପର୍ବାଣି ଓ ନୀତିକାନ୍ତି ହେତୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ମଝିରେ ମଝିରେ ସ୍ଥଗିତ ରଖାଯାଉଛି । ପୂର୍ବରୁ ରତ୍ନଭଣ୍ଡାରର କାନ୍ଥ ପ୍ଲାଷ୍ଟରିଙ୍ଗ କାର୍ଯ୍ୟ କରାଯାଇଥିବା ବେଳେ ବର୍ତ୍ତମାନ ଚଟାଣରେ ମରାମତି କାର୍ଯ୍ୟ କରାଯିବା ସହ ଆବଶ୍ୟକସ୍ଥଳରେ ପଥର ପରିବର୍ତ୍ତନର କାର୍ଯ୍ୟ କରାଯାଉଛି ।
Social Footer